ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନ ସୁଆଣ୍ଡୋରେ ଚଳିତ ମାସ ୨୩ ତାରିଖରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱାରା ଅନୁଷ୍ଠିତ ହେବ । ପଟ୍ଟନାୟକିଆ ସ୍ଥିତ ସୂଚନା କେନ୍ଦ୍ର, ସୁଆଣ୍ଡୋ ଗ୍ରାମର ଲୋକେଶ୍ୱର ମନ୍ଦିର, ଗୋପବନ୍ଧୁଙ୍କ ଷଠୀଘର, ଗୋପବନ୍ଧୁ ପାର୍କ, ପାର୍କ ରେ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଓ ଗୋପବନ୍ଧୁ ସଂଗ୍ରାହଳୟକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବେ ।ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୁପେ ଶେଷ କରିବା ପାଇଁ ଏକ ସମୀକ୍ଷା ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଇନଶୃଙ୍ଖଳା ରକ୍ଷା, ପାର୍କିଂ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାନୀୟ ଜଳ, ରାସ୍ତା ନିର୍ମାଣ, ବିଦ୍ୟୁତ ବ୍ୟବସ୍ଥା ଇତ୍ୟାଦି ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଏସ ପି ମିହିର କୁମାର ପଣ୍ଡା, ପୂର୍ଣ୍ଣଚନ୍ଦ୍ର ପ୍ରଧାନ,ଉପଜିଲ୍ଲାପାଳ ଭବତାରଣ ସାହୁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅଜିତ ମହାପାତ୍ର ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।