ଆନିମିଆ ମୁକ୍ତ ଭାରତ ଅଭିଯାନର ସଫଳତା ପାଇଁ ନନ୍ଦାହାଣ୍ଡି ସିଏଚ୍‌ସି ପୁରସ୍କୃତ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ସ୍ଥାନୀୟ ସାଇ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଆୟୋଜିତ ସମ୍ମିଳନୀରେ ନୀତି ଆୟୋଗ ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ଆନିମିଆ ମୁକ୍ତ ଭାରତ ଅଭିଯାନରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡି ସିଏଚ୍‌ସିକୁ ପ୍ରଥମ ପୁରସ୍କୃତ ପ୍ରଦାନ କରାଯାଇଛି । ଏଥିସହ ଆଭା ଆଇ ଡି ପ୍ରସ୍ତୁତ କାର୍ଯ୍ୟକ୍ରମରେ ଉତ୍ତମ କାର୍ଯ୍ୟ ସମ୍ପାଦନ କରିଥିବା ନନ୍ଦାହାଣ୍ଡି ବ୍ଳକକୁ ପ୍ରଥମ ପୁରସ୍କୃତ ପ୍ରଦାନ କରାଯାଇଥିବା ବେଳେ ଇ ସଞ୍ଜୀବନୀ ପାଇଁ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଛି । ଏହି ଅବସରରେ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବା ଯୋଗାଇବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୧୦ ଜଣ ଆଶାଙ୍କ ସମେତ ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର କର୍ମକର୍ତ୍ତାଙ୍କୁ ପୁରସ୍କୃତ କରାଯାଇଛି । ଏହି ଅବସରରେ ଡ଼ଃ ନିବେଦିତା ଗୌଡ ସମେତ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ସୁଧାଂଶୁ ଶେଖର ତ୍ରିପାଠୀ, ନେହା ସବନମ୍‌, ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ କାଳି ପ୍ରସାଦ ବେହେରାଙ୍କ ସମେତ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମକର୍ତ୍ତା, ସ୍ୱାସ୍ଥ୍ୟ କର୍ମୀ, ଆଶା । ଅଙ୍ଗନବାଡି କର୍ମୀ, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।

Comments (0)
Add Comment