ମୋ ସେବା କେନ୍ଦ୍ରରେ ପେନସନ ଉପଭୋକ୍ତାଙ୍କୁ ମାଗଣାରେ ଜୀବନ ପ୍ରମାଣପତ୍ର ପ୍ରଦାନ ସୁବିଧା

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ୍‌ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କାର୍ଯ୍ୟ ଆରମ୍ଭ ହୋଇଛି । ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ ଜିତେନ୍ଦ୍ର କୁମାର ସାହୁଙ୍କ ସମେତ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ବାଲିଗୁଡା ଅଞ୍ଚଳର ବହୁ ପେନସନ୍‌ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସ୍‌ ବୁକ୍‌ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁକ୍ଳରେ ସେମାନଙ୍କ ଜୀବନ ପ୍ରମାଣପତ୍ର ହାତପାଆନ୍ତରେ ପାଇପାରିବେ । ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘରକୁ ଯାଇ ସେବା ଦେବାର ବ୍ୟବସ୍ଥା ମଧ୍ୟ ରହିଛି । ରାଜ୍ୟ ସରକାରଙ୍କ ଏହି ଯୋଜନାକୁ ପେନସନ ଉପଭୋକ୍ତା ସାଧୁବାଦ ଜଣେଇଛନ୍ତି ।

Comments (0)
Add Comment