ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗଜପତି ଜିଲ୍ଲାର ବିଭିନ୍ନ ସମବାୟ ସମିତିର ସଭାପତିମାନେ ଉପସ୍ଥିତ ରହି ତୁରନ୍ତ ଧାନ ମଣ୍ଡି ଖୋଲିବା ସକାଶେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଯୋଗାଣ ଅଧିକାରୀ ପ୍ରଫୁଲ୍ଲ କୁମାର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଶ୍ରୀଧର ନାଇଡୁଙ୍କ ନେତୃତ୍ୱରେ ତୁରନ୍ତ ଧାନ ମଣ୍ଡି ଖୋଲିବା ସକାଶେ ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ବିଭିନ୍ନ ସମବାୟ ସମିତିର ସଭାପତିମାନେ ଉପସ୍ଥିତ ରହି ଯୋଗାଣ ଅଧିକାରୀ ପ୍ରଫୁଲ୍ଲ କୁମାର ବେହେରାଙ୍କୁ ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ଗଜପତି ଜିଲ୍ଲାରେ ଆଜି ଯାଏଁ ଧାନ ମଣ୍ଡି ଖୋଲି ନ ଥିବା ବେଳେ ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେଣୁ ତୁରନ୍ତ ଧାନ ମଣ୍ଡି ଖୋଲିବା ସକାଶେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି । ଧାନ ସଂଗ୍ରହ ପାଇଁ ହୋଇଥିବା ବୈଠକରେ ଚଳିତ ବର୍ଷ ସମବାୟ ସମିତି ମାନେ ପୂର୍ବ ଭଳି ଧାନ ସଂଗ୍ରହ କରିବେ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ୩୦ ରୁ ୪୦ ଜଣ ଚାଷୀଙ୍କ ଠାରୁ ଧାନ ସଂଗ୍ରହ ପାଇଁ ଅନୁମତି ପ୍ରଦାନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ହେଲେ ପରବର୍ତ୍ତୀ ସମୟରେ ରାଜନୈତିକ ବ୍ୟକ୍ତି ବିଶେଷଙ୍କ ହସ୍ତକ୍ଷେପ ଏବଂ ମିଲରମାନଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଏହା କାର୍ଯ୍ୟକାରୀ ହୋଇପାରୁନାହିଁ । ସେମାନେ ନିଜର ସ୍ୱାର୍ଥ ହାସଲ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ନିୟୋଜିତ କରିବାକୁ ଯୋଜନା କରୁଛନ୍ତି । ତେଣୁ ଧାନ ମଣ୍ଡି ଖୋଲିବାରେ ବିଳମ୍ବ ହେଉଛି । ଏହା ତୁରନ୍ତ ଖୋଲା ନ ହେଲେ ଜିଲ୍ଲାର ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବା ନିଶ୍ଚିତ । ତେଣୁ ଚାଷୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ଜିଲ୍ଲାପାଳ ଏଥିରେ ହସ୍ତକ୍ଷେପ କରି ଏହି ସମସ୍ୟାର ତୁରନ୍ତ ସମାଧାନ କରିବାକୁ ସମବାୟ ସମିତିର ସଭାପତିମାନେ ଦାବି କରିଛନ୍ତି ।