ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସଚେତନତା ରଥର ଶୁଭାରମ୍ଭ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିୟନ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ରଥକୁ ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଡକ୍ଟର ଗୁଣନିଧି ନାୟକ ଜିଲ୍ଲା ପରିଷଦ, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନଗେନ୍ଦ୍ର ନାଥ ମହାରଣା ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କଲେଥିଲେ । ଏହି ସଚେତନତା ରଥ ୭ଟି ବ୍ଲକର ବିଭିନ୍ନ ପଞ୍ଚାୟତ ବୁଲି ଚାଷୀଙ୍କୁ ସଚେତନତା କରାଇବ । ଏହି କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ମୋହିତ ଆଚାର୍ଯ୍ୟ । ପରେ କ୍ଷୁଦ୍ର ଜଳ ସେଚନ ବିଭାଗ ପକ୍ଷରୁ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସ ପ୍ରଦୀପ ପ୍ରଜ୍ୱଳନ କରି ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବଳରାମ ସୁବୁଦ୍ଧି, ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଧର୍ମାନନ୍ଦ ମହାନ୍ତି, ଜିଲ୍ଲା ମୁଖ୍ୟ ମତ୍ସ୍ୟ ଅଧିକାରିଣୀ ଲିସା ବେହେରା, ଜଳ ଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ କୁମାର ପଟ୍ଟନାୟକ, କ୍ଷୁଦ୍ର ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ପି ଜଗନ୍ନାଥ, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନଗେନ୍ଦ୍ର ନାଥ ମହାରଣା ପ୍ରମୁଖ ମଞ୍ଚାସିନ ଥିଲେ । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ପାଣିକୁ ସୁବିନିଯୋଗ କରି ଅଧିକ ଫସଲ ଉତ୍ପାଦନ କରିବା, ଜଳକୁ ସଂରକ୍ଷଣ କରିବା, ଜଳକୁ ନଷ୍ଟ ନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି କାର୍ଯ୍ୟକ୍ରମ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ସାର୍ଟିଫିକେଟ ଓ ପ୍ରାଇଜ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପାଣି ପଞ୍ଚାୟତର ସଭାପତି, ସମ୍ପାଦକ ସଦସ୍ୟ ଚାଷୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ସମସ୍ୟା ଉପସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ ।

Comments (0)
Add Comment