ସେବା ହିଁ ଧର୍ମ ପରିବାର ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବାଲିଗୁଡ଼ା: ଏକ ବର୍ଷ ପୂର୍ତ୍ତି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ସେବା ହିଁ ଧର୍ମ ପରିବାର ପକ୍ଷରୁ ଉପଖଣ୍ଡ ଚିକିତ୍ସାଳୟର ରକ୍ତ ଭଣ୍ଡାର ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଦୀର୍ଘ ଏକ ବର୍ଷ ହେଲା ବାଲିଗୁଡ଼ା ଅଞ୍ଚଳରେ ଦୁର୍ଘଟଣାରେ ଆହତ ଲୋକମାନଙ୍କୁ ଡାକ୍ତରଖାନାରେ ପହଁଚାଇବା ସହ ଉପଯୁକ୍ତ ଚିକିତ୍ସା ଯୋଗାଇବାରେ ସହଯୋଗ କରିବା ସହ ରୋଗୀଙ୍କୁ ରକ୍ତ ଯୋଗାଇବାରେ ସେବା ହିଁ ଧର୍ମ ପରିବାରର ସମସ୍ତ ସଦସ୍ୟମାନେ ନିଃସ୍ୱାର୍ଥପର ଭାବେ ସେବା ଯୋଗାଇ ଆସୁଛନ୍ତି । ଏହି ପରିବାର ଗଠନର ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟର ରକ୍ତ ଭଣ୍ଡାରରେ ପରିବାର ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୨୦ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନଙ୍କ ସମେତ ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସ, ଜିଲ୍ଲା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା କୁସୁମି ପ୍ରଧାନଙ୍କ ସହ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

Comments (0)
Add Comment