ଭୁବନେଶ୍ବର: ଆସନ୍ତା ୨୪ ତାରିଖଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୫ ତାରିଖ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ସପ୍ଲିମେଣ୍ଟାରି ବଜେଟ ଉପସ୍ଥାପନ ହେବ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି । ଏଥର ଶୀତ ଅଧିବେଶନରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି।
୨୪ରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ
