ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୩ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୪ଗୋଟି, ସାମୁହିକ ଦରଖାସ୍ତ ୯ଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୨ଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୧ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି । ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ନରୱଣେ ହିଲୁଙ୍ଗ ପଞ୍ଚାୟତ ଅମୁଲ୍ୟମଣୀ ରାଣୀପୁର ନିବାସୀ ପଦ୍ମିନୀ ଥପାଙ୍କୁ ବିଧବା ଭତ୍ତା ସହାୟତା ଓ ଗୁଳାପ ଫୁଲ ମେହେରଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇ ମାସିକ ୫୦୦/- (ପାଞ୍ଚ ଶହଟଙ୍କା) ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ । ପୁନଶ୍ଚ ଅବକାରୀ ବିଭାଗ ତରଫରୁ ନିଶା ନିବାରଣ ସଚେତନତା ପରିପ୍ରେକ୍ଷୀରେ ଅନୁଷ୍ଠିତ ବ୍ଲକ ସ୍ତରୀୟ ଉଚ୍ଚ ବିଦ୍ୟାଳୟ ସ୍ତର ତର୍କ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ସୁବ୍ରତ ପଧାନ, ପ୍ରତୀକ କୁମାର ବେହେରା ଓ ଜଗା ରଣାଙ୍କୁ ଯଥା କ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଭାବେ ପୁରସ୍କୃତ କରିଛନ୍ତି ସୁବର୍ଣ୍ଣପୁର । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ନିର୍ବାହୀ ଯନ୍ତ୍ରୀ ଆର ଡି ଇଂ ବୈକୁଣ୍ଠନାଥ ଷଡ଼ଙ୍ଗୀ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଆରଟୀଓ ଅକ୍ଷୟ କୁମାର ଜେନା ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡିଡବ୍ଲୁଓ ପାଲାକା ରବୀନ୍ଦ୍ର,ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧକ୍ଷ୍ୟ ନାରାୟଣ ଲୁହା, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Comments (0)
Add Comment