ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକ ଅନ୍ତର୍ଗତ ବୋମିକା ଗ୍ରାମ ପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ସର୍ବ ମୋଟ ୮୦ ଗୋଟି ଅଭିଯୋଗ ଆସିଥିବା ବେଳେ ୩୯ ଗୋଟି ଅଭିଯୋଗ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସମାଧାନ ସକାଶେ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୀଳ ମାଧବ ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର, ବ୍ଳକ ଉପାଧ୍ୟକ୍ଷା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସହକାରୀ ନିର୍ବାହୀ ଯନ୍ତ୍ରୀ ଜ୍ୟୋତି ରାଜ୍‌ ଅଧିକାରୀ ପ୍ରମୁଖଙ୍କ ସମେତ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ ।

Comments (0)
Add Comment