ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଝାଡବନ୍ଧଗୁଡା ପଞ୍ଚାୟତ ଅନ୍ତର୍ଗତ କଟ୍ରାଗୁଡାଠାରେ ଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଥମେ ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ ଓ ପରିଚୟ ପ୍ରଦାନ ପରେ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରେ ପ୍ରଧାନ ଶିକ୍ଷକ ବଂଶୀଧର ରଥଙ୍କ ଦ୍ୱାରା ବାର୍ଷିକ ବିବରଣୀ ପାଠ କରାଯାଇଥିଲା । ପରବର୍ତ୍ତୀ ପର୍ଯ୍ୟାୟରେ ଅତିଥି ମାନଙ୍କ ଦ୍ୱାରା ଅଭିଭାଷଣ ପ୍ରଦାନ କରାଯାଇଥିଲା । ଏଥିରେ ଅତିଥିମାନେ ଶିକ୍ଷାର ଗୁରୁତ୍ୱ ଏବଂ ଶିକ୍ଷକମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ଏବଂ ଛାତ୍ରଛାତ୍ରୀଙ୍କ ସମାଜ ପ୍ରତି ଥିବା ଦାୟିତ୍ୱ ଓ କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପିଏଆଇଟିଡିଏ ଅଧିକାରୀ ରାଜୀବ ଲୋଚନ ସାହୁ, ସ୍ୱତନ୍ତ୍ର ଅତିଥି ନନ୍ଦାହାଣ୍ଡି ବ୍ଲକ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ରଶ୍ମିତା ମାଝୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ନବରଙ୍ଗପୁର ବିଧାୟକଙ୍କ ସହ ଧର୍ମୀଣୀ କୌଶଲ୍ୟା ପ୍ରଧାନୀ, ନନ୍ଦାହାଣ୍ଡି ବ୍ଲକ ଉପାଧ୍ୟକ୍ଷ ସଦନ ଗଉଡ, ନନ୍ଦାହାଣ୍ଡି ବ୍ଲକ ଜୋନ୍ ୨ ଜିଲ୍ଲା ପରିଷଦ ସଦସ୍ୟ ଅରୁଣ କୁମାର ମିଶ୍ର, ନନ୍ଦାହାଣ୍ଡି ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖୀରୋଦ ଚନ୍ଦ୍ର ସାହୁ , ଝାଡବନ୍ଧଗୁଡା ସରପଞ୍ଚ ବିଭିସେନ ସୈରା, ସମିତି ସଭ୍ୟା ପୁଷ୍ପଞ୍ଜଳୀ ହରିଜନ, ଡବ୍ଲ୍ୟୁଇଓ ପ୍ରିୟଚାନ୍ଦ ମଲିକ ଓ ବିଦ୍ୟାଳୟ ସଭାପତି ସୁନ୍ଦର ନାୟକ ଉପସ୍ଥିତ ଥିଲେ । ପରବର୍ତ୍ତୀ ସମୟରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।