ପୁରୀ : ଉତ୍କଳ ଦିବସ ଉପଲକ୍ଷେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ।
ବନ୍ଦେ ଉତ୍କଳ ଜନନୀ ଥିମକୁ ଆଧାର କରି ଓଡିଶାର ପ୍ରତିଷ୍ଠା ଦିବସରେ ଓଡିଶାର କଳା, ସଂସ୍କୃତି ନୈପୁଣ୍ୟ ଏବଂ ବୀରତ୍ୱର ଗାଥା ବଖାଣୁଛନ୍ତି ବାଲୁକା କଳା ମାଧ୍ୟମରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଏହି ବାଲୁକା କଳାରେ ଓଡିଶାର ପ୍ରସିଦ୍ଧ କୋଣାର୍କ ମନ୍ଦିରକୁ ସ୍ଥାନ ଦେବା ସହ ଓଡିଶା ର ପ୍ରସିଦ୍ଧ ଓଡିଶୀ ନୃତ୍ୟକୁ ଅତି ସୁନ୍ଦର ଭାବରେ ଦର୍ଶାଇଛନ୍ତି । ଏହି ବାଲୁକା କଳାଟି ୮ ପୁଟ ଉଚ୍ଚତା ଏବଂ ୨୦ ଫୁଟ ଓସାର ବିଶିଷ୍ଟ ଏଥିରେ ୨୦ ଟନ ବାଲି ଉପଯୋଗ କରାଯାଇଛି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୧୨ଘଣ୍ଟା ସମୟ ଲାଗିଥିଲା । ସାରା ଓଡିଶାବାସୀ ଏବଂ ସମସ୍ତ ଓଡ଼ିଆ ମାନଙ୍କୁ ବନ୍ଦେ ଉତ୍କଳ ଜନନୀ ଏବଂ ଉତ୍କଳ ଦିବସର ଅଭିନନ୍ଦନ ଜଣାଇଛନ୍ତି ବାଲୁକା କଳା ମାଧ୍ୟ୍ୟମରେ ମାନସ ସାହୁ ।