ବାତ୍ୟା ମୁକାବିଲା:ଆଜି ସମୀକ୍ଷା କରିବେ ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ୍‌ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବ ।
ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ଏସ୍ଆରସି ।

Comments (0)
Add Comment