ଭବାନୀପାଟଣାରେ ଯୁଗ୍ମ ଜନଶୁଣାଣି ଶିବିର

ଭବାନୀପାଟଣା: ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍‌ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ୍‌ ୧୨୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୦୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା । ୨୧ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା । ଶିବିରରେ ଉତ୍‌କେଲା ଫଟକାମାଲ୍‌ର ଯେମନ୍ତ ଗଉଡଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୩୦,୦୦୦ ଟଙ୍କା ଚିକିତ୍ସା ସହାୟତା ବାବଦକୁ ଅନୁମୋଦନ କରାଯାଇଛି ।ସେଭଳି ଗୋଲାମୁଣ୍ଡାର ଅନୁଛାୟା କେତକିଙ୍କୁ ଓ ଜୁନାଗଡ ବାଲିଛଡା ଗ୍ରାମର ମନୋବୋଧ ନାୟକଙ୍କୁ ଚିକିତ୍ସା ସହାୟତା ବାବଦକୁ ପ୍ରତ୍ୟେକ ୧୦,୦୦୦ ଟଙ୍କା ଅନୁମୋଦନ କରାଗଲା

Comments (0)
Add Comment