ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍ । ନବନିର୍ବାଚିତ ଉପରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ହୋଇଛନ୍ତି । ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଏବଂ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ମଧ୍ୟ ଶପଥ ଉତ୍ସବରେ ସାମିଲ ହୋଇଛନ୍ତି । ଏପଟେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି,” ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିବାରୁ ସିପି ରାଧାକ୍ରିଷ୍ଣନ୍‌ଙ୍କୁ ଜୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଆମ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖିବା ଏବଂ ସଂସଦୀୟ ପରମ୍ପରାକୁ ସୁଦୃଢ଼ ​​କରିବା ପାଇଁ ଉତ୍ସର୍ଗୀକୃତ ଏକ ସଫଳ କାର୍ଯ୍ୟକାଳ ପାଇଁ ମୁଁ ଶୁଭକାମନା ଜଣାଉଛି ।”

Comments (0)
Add Comment