ପୁରୀ,: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି। ରତ୍ନ ଅଳଙ୍କାର ସ୍ଥାନନ୍ତର ପରେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ ବୋଲି ଜଣାପଡିଛି।