ଭୁବନେଶ୍ଵର, : ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଵାଭାବିକ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ୧୯୯୯ରେ ମେ ୨୮ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଏହାପରେ ୨୦୦୯ରେ ମେ ୨୫ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁଥିଲା।
ଏଥର ମୌସୁମୀରେ ଭଲ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଜୁନ୍ରେ ଓଡ଼ିଶା ସମେତ ଦେଶର ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାର କିଛି ସ୍ଥାନରେ କମ୍ ବର୍ଷା ହୋଇପାରେ ବୋଲି ମଡେଲରୁ ଜଣାପଡ଼ିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମୌସୁମୀ ବାୟୁକୁ ସକ୍ରିୟ କରାଇବା ସହ ଆଗକୁ ବଢ଼ାଇବ।