ଭୁବନେଶ୍ବର- ରାଜ୍ୟରେ ଗତ କିଛି ଦିନ ହେଲାଣି ମୁଣ୍ଡଫଟା ଖରା ହେଉଥିବାରୁ ଲୋକେ ଆଉଟୁପାଉଟ ହେଉଛନ୍ତି । ଏହାରି ମଧ୍ୟରେ ଏକ ଖୁସି ଖବର ଆସିଛି । ଆଉ ପ୍ରାୟ ସପ୍ତାହେ ବେଳକୁ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ଆକଳନ କରାଯାଇଛି।
ଆଇଏମ୍ଡି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୮ ଓ ୨୯ ବେଳକୁ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।
ଆଇଏମ୍ଡି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ।