ପୁଣି ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଆଉ ନିସ୍ତାର ନାହିଁ । ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ ରଖିଥିବା ମୋହନ ସରକାର ପୁଣି ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡ଼ିକାଲ ଅଫିସର ଡାକ୍ତର ପତିତପାବନ ବାରିକଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି। ସେ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡି ସି.ଏଚ୍.ସି’ରେ କାର୍ଯ୍ୟରତ ଅଛନ୍ତି ।
ସୂଚନାଯୋଗ୍ୟ ଯେ, ଡାକ୍ତର ବାରିକ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆରେ କାର୍ଯ୍ୟରତ ଥିବା ସମୟରେ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ପୃକ୍ତ ଡାକ୍ତର ବାରିକଙ୍କୁ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି ।
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନର ସବୁ ସ୍ତରରେ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ କହି ଆସୁଛନ୍ତି।

Comments (0)
Add Comment