ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଶ୍ରଦ୍ଧାଞ୍ଜଳିଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କଲେ ହାଇକୋର୍ଟ। ଅର୍ଚ୍ଚନା ନାଗ ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତରେ ଶ୍ରଦ୍ଧାଞ୍ଜଳି ସହଯୋଗ କରୁନଥିବା ଇଡି ପକ୍ଷରୁ କୁହାଯାଇଥିଲା। ଜାନୁଆରୀ ୧୭ ତାରିଖର ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଶ୍ରଦ୍ଧାଞ୍ଜଳି ହାଇକୋର୍ଟରେ ଅନ୍ତରୀଣ ସୁରକ୍ଷା ପାଇଁ ଆବେଦନ କରିଥିଲେ। ଆଜି ଏହାର ଶୁଣାଣି ଥିଲା।

Comments (0)
Add Comment