ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୦୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୦୬ ଗୋଟି, ସାମୁହିକ ଦରଖାସ୍ତ ୦୨ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।

Comments (0)
Add Comment