୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! 

ଭୁବନେଶ୍ୱର: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ଅଳ୍ପ କିଛି ସ୍ଥାନରେ କୁଆପଥର ବୃଷ୍ଟିର ସମ୍ଭାବନା ରହିଛି। ଏହି ସମୟରେ ଝଟକା ପବନର ବେଗ ୪୦ରୁ ୫୦ କିମି ପ୍ରତି ଘଣ୍ଟା ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ଉପର ବାୟୁମଣ୍ଡଳରେ ବାୟୁ ପ୍ରବାହରେ ଅସଙ୍ଗତି ଏବଂ ଟ୍ରଫଲାଇନ ଅର୍ଥାତ୍‌ ନିମ୍ନଚାପ ରେଖା ପ୍ରଭାବରେ ଏହି ବର୍ଷା ହେବା ସମ୍ଭାବନା ଦେଖାଦେଇଛି।

ମାର୍ଚ୍ଚ ମାସ ଅଧା ନ ହେଉଣୁ ଓଡ଼ିଶାରେ କଲବଲ କରୁଛି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ଗୁରୁବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

Comments (0)
Add Comment