ଭୁବନେଶ୍ବର : ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ଛତିଶା ନିଯୋଗ ସହିତ ଆଲୋଚନା ହୋଇଛି । ଖୁବ୍ଶୀଘ୍ର ସମୟ ନିର୍ଘଣ୍ଟ ସ୍ଥିର ହେବ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତି ମଣତି ଆରମ୍ଭ କରିବା ପାଇଁ ଆମେ ଯୋଜନା କରୁଛୁ । ମ୍ୟାନେଜିଂ କମିଟି ଓ ମନ୍ଦିର ପ୍ରଶାସନକୁ ଦାଇତ୍ୱ ଦିଆଯାଇଛି, ସେମାନେ ଛତିଶା ନିଯୋଗ ସହିତ କଥା ହୋଇ ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ କଲେ ଠିକ୍ ହେବ ଏହାପରେ ତାରିଖ ଘୋଷଣା ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।