ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ କରୋନା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଆଜି ଆଉ ୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ୱରର ୮ ଜଣ ଥିବା ବେଳେ ବାଲେଶ୍ୱରର ୯ଜଣ, ଭଦ୍ରକର ୪ ଜଣ, ଗଂଜାମ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କୋରାପୁଟ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବୋଲି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ଟ୍ୱିଟରୁ ଜଣାପଡ଼ିଛି । ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଧା ୧୪୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେଣି ।

Comments (0)
Add Comment