ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ପୁଣି ୧୧୨ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୨୧ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୩୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି୯ଜଣ ଏହି ବିଶ୍ୱ ମହାମାରୀରେ ପ୍ରାଣ ହରାଇଛନ୍ତି ।