ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ: ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ: ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଭର୍ଚ୍ୟୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି । ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚ଼ାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ କୁହାଯାଇଛି । ଆଜି ଅପରାହ୍ନରେ ଜିଲ୍ଲାରେ ଘଣ୍ଟାପ୍ରତି ୫୫ ରୁ ୬୦ କି.ମି. ବେଗରେ ପବନ ବହିବା ଆଶଙ୍କା ଥିବାରୁ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଜରୁରୀକାଳୀନ ଅଧିକାରୀଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସୁଜାତା ମିଶ୍ର, ଯୋଗାଣ ଅଧିକାରୀସୁବୋଧ ହୋତା, ବିଡିଓ ଓ ତହସିଲଦାର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments (0)
Add Comment