ଗଞ୍ଜାମ : ଗଞ୍ଜାମ ଓ ଗୋଷ୍ଠି ଶିକ୍ଷା କାର୍ଯ୍ୟାଳୟ, ଚିକିଟିଙ୍କ ମିଳିତ ଆନୁକୂଲ୍ୟରେ ସରକାରୀ ବାଳିକା ପ୍ରାଥମିକ ବିଦ୍ୟାଳୟ ଚିକିଟି ପେଣ୍ଠ ପରିସରରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଚିକିଟି ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରୁ ମୋଟ ପଚାଶ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଓ ସେମାନଙ୍କର ପିତାମାତା / ଅଭିଭାବକ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଦ୍ୱାରା ନଗର ପରିକ୍ରମା କରାଯିବାପରେ ସେମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ସଂଗୀତ ଓ ନୃତ୍ୟ ପ୍ରତିଯୋଗିତା କରାଯାଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଗୋଷ୍ଠି ଉନ୍ନୟନ ଅଧିକାରୀ ଫାଲଗୁନି ମାଝୀ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ଗୋଷ୍ଠି ଶିକ୍ଷାଧିକାରୀ କୋରେଶ ସେଠି, ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ପ୍ରଭଞ୍ଜନ ପଣ୍ଡା, ସୀମାଞ୍ଚଳ ପଣ୍ଡା ଓ ପ୍ରଭାକର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲା ଅନ୍ତର୍ନିବେଶୀ ଶିକ୍ଷା ବିଭାଗ ତରଫରୁ ପ୍ରକାଶିତ ଦଶମ ସଂସ୍କରଣ ବାର୍ଷିକ ପତ୍ରିକା “ପ୍ରୟାସ” କୁ ଉନ୍ମୋଚନ କରାଯିବା ସହିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସହାୟକ ଉପକରଣ ବଣ୍ଟନ କରାଯଇଥିଲା । ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ, ସମସ୍ତ ସିଆରସିସି, ସମସ୍ତ ଶିକ୍ଷା ସ୍ୱେଚ୍ଛାସେବୀ ପୂର୍ଣ୍ଣ ସହଯୋଗ କରିଥିବା ବେଳେ ଗୋଷ୍ଠି ସମ୍ବଳ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।