ସେପ୍ଟେମ୍ବରରେ ତୃତୀୟ ଲହର !

ଭୁବନେଶ୍ୱର : ସେପ୍ଟେମ୍ବରରେ ତୃତୀୟ ଲହର ଆସିବ । ବିଶେଷଜ୍ଞମାନେ ଏନେଇ ଆକଳନ କରିଛନ୍ତି । ଯଦି ସେପ୍ଟେମ୍ବରରେ ତୃତୀୟ ଲହର ଆରମ୍ଭ ହୁଏ , ତେବେ ଏହା ଅକ୍ଟୋବରରେ ପିକ୍‌ ନେବ । ପିକ ପିରିୟଡ଼ରେ ଶିଶୁ ମାନଙ୍କ ହସ୍ପିଟାଲାଇଜେସନ ୧୦୦ରୁ ୨୩ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ମାତ୍ର ବର୍ତ୍ତମାନ ଆମର ହସ୍ପିଟାଲାଇଜେସନ ଅଧିକ ନାହିଁ । ଏବେ ଶିଶୁ ସଂକ୍ରମଣ ହାର ୧୨ରୁ ୧୩ ପ୍ରତିଶତ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କରୋନା ଦ୍ୱିତୀୟ ଲହର ୬୪ ଦିନରେ ପିକ ନେଇଥିଲା । ଯଦି ତୃତୀୟ ଲହର ଆସୁଛି, ତାହାର ପିକ ପିରିୟଡ଼ ପାଇଁ ଆମକୁ ଅପେକ୍ଷା କରିବାକୁ ପଡ଼ିବ । ମାତ୍ର ଆମେ ଏବେ ବି ଦ୍ୱିତୀୟ ଲହରରେ ରହିଛେ । ଶିଶୁ ମାନଙ୍କ ପାଇଁ ଆମେ ସବୁ ବ୍ୟବସ୍ଥା କରିଛୁ । ସବୁ କୋଭିଡ ହସ୍ପିଟାଲରେ ଶିଶୁ ମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛୁ । ଶିଶୁ ଭବନରେ ସେଣ୍ଟ୍ରାଲ ଅଫ ଏକ୍ସିଲେନ୍ସି କରାଯାଉଛି । ଶିଶୁ ମାନଙ୍କର ଏବେ ସିଭିୟରିଟି ବେଶି ନାହିଁ । ମାତ୍ର ଆମେ ଏହାକୁ କୋହଳ ଭାବେ ନେବା ନାହିଁ । ତେଣୁ ସ୍କ୍ରିନିଂ କୁ ଆମେ ଚାଲୁ ରଖିବୁ । ଶିଶୁ ମାନଙ୍କର ଦୈନିକ ସଂକ୍ରମଣ ହାରକୁ ଆନାଲିସ୍ କରୁଛୁ । ଗତ ତିନି ଦିନ ଭିତରେ କେହି ଭେଣ୍ଟିଲେଟରକୁ ଯାଇନାହାନ୍ତି । ବହୁତ କମ ଶିଶୁଙ୍କୁ ଅକ୍ସିଜେନ ଦରକାର ଥିଲା ।

Comments (0)
Add Comment