ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମହିଳା ବିଜେଡି କର୍ମକର୍ତ୍ତା ଙ୍କ ନାମ ଘୋଷଣା କରାଯାଇଛି । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ରାଜ୍ୟ କାର୍ଯ୍ୟାଳୟରେ ଉପଦେଷ୍ଟା ଭାବେ ଡକ୍ଟର ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ, ନନ୍ଦିନୀ ଦେବୀଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି କାର୍ଯ୍ୟକାରୀ ସଭାପତି ଭାବେ ସୁଭାଶିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କ ଦାୟିତ୍ୱ ଦିଆଯାଇଛି । ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ର, ରାଜ୍ୟ କୋଷାଧ୍ୟକ୍ଷ ଜୟଶ୍ରୀ ଦାସ. ସୋସିଆଲ୍ ମିଡିଆ କୋ-ଅର୍ଡିନେଟର ଭାବେ ମାନସୀ ସୁନ୍ଦରାୟଙ୍କୁ ନିଯୁକ୍ତ କରାଯାଇଛି ।ଭୁବନେଶ୍ୱର, କଟକ, ବାଲେଶ୍ୱର, ସମ୍ବଲପୁର, ବଲାଙ୍ଗିର ଆଦି ୫ଟି ଜୋନରେ ସଭାପତି ସହ କାର୍ଯ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି । ଗଞ୍ଜାମ ଓ କୋରାପୁଟ ଜୋନରେ ସଭାପତି ନିଯୁକ୍ତ କରାଯାଇଛି । ବରିଷ୍ଠ ଉପସଭାପତି ଭାବେ ୯ ଜଣଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଉପସଭାପତି ଭାବେ ୨୭ ଜଣ, ସାଧାରଣ ସମ୍ପାଦକ ଭାବେ ୩୫ ଜଣ, ସମ୍ପାଦକ ଭାବେ ୩୬ ଜଣ, ଯୁଗ୍ମ ସମ୍ପାଦକ ଭାବେ ୨୮ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି ।୩୩ଟି ସାଙ୍ଗଠନିକ ଜିଲ୍ଲାରେ ୩୩ ଜଣଙ୍କୁ ସଭାପତି ଭାବେ ନିଯୁକ୍ତ କରାଯାଇଛି । ବିଜୁ ମହିଳା ଜନତା ଦଳର ଏକଜୁକ୍ୟୁଟିଭ୍ ବଡି ମେମ୍ବର ଭାବେ ୬୯ ଜଣଙ୍କୁ ନିଯୁକ୍ତ କରାଯାଇଛି । ଏହି ନୂଆ ନିଯୁକ୍ତି ତତ୍କାଳ କାର୍ଯ୍ୟକାରୀ ହେବ । ପ୍ରେସ୍ ଇସ୍ତାହାର ଜରିଆରେ ଏନେଇ ସୂଚନା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି ।