ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବରଗଡ, ସମ୍ବଲପୁର ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାର ଜନସାଧାରଣ ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।