୭୦ ପ୍ରତିଶତ ସିଲାବସରୁ ମାଟ୍ରିକ ପରୀକ୍ଷା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ପୁଣି ଏକ ବଡ଼ ଖବର ସାମନାକୁ ଆସିଛି । ମାଟ୍ରିକ ଅଫଲାଇନ ପରୀକ୍ଷା ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏକ ବଡ଼ ସୂଚନା ଦେଇଛନ୍ତି । ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ । ଅଫଲାଇନ ପରୀକ୍ଷା ପାଇଁ ଜୁଲାଇ ୫ରୁ ୧୪ ମଧ୍ୟରେ ଫର୍ମ ପିଲଅପ କରାଯିବ । ଜୁଲାଇ ୩୦ରୁ ଅଗଷ୍ଟ ୫ ମଧ୍ୟରେ ପରୀକ୍ଷା ପାଇଁ ପ୍ରସ୍ତୁତି ଚାଲିଛି । ପରୀକ୍ଷାର ୧୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇଁ ଚେଷ୍ଟା କରାଯିବ । ୩୦% ସିଲାବସ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ।

Comments (0)
Add Comment