୯ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି : ଲଘୁଚାପ ସକ୍ରିୟ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି । ଗତ ୨୪ଘଣ୍ଟା ଓ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେଉଛି । ତେବେ ଏହାର ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୟାଗଡ, ସୋନପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଏହି ୯ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଗଞ୍ଜାମ, କଟକ,ଅନୁଗୋଳ, ସମ୍ବଲପୁର, ବରଗଡ, ନବରଙ୍ଗପୁର, ନୂଆପଡା, କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ଓ ୧୪ ତାରିଖ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ସତର୍କ କରାଇଛି । ଏହି ମର୍ମରେ ସ୍ୱତନ୍ତ୍ର ରିଲିଫ କମିଶନର ମଧ୍ୟ ସମ୍ଭାବ୍ୟ ବର୍ଷାକୁ ଲକ୍ଷ୍ୟ ରଖି ଜିଲ୍ଲାଗୁଡିକୁ ସତର୍କ କରାଇଛନ୍ତି ।

Comments (0)
Add Comment