ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର ୧୯।୦୯ : ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ କରାଯିବ । ଖବର ଅନୁଯାୟୀ, ଶନିବାର ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏସ୍‌ସିବି ମେଡିକାଲ୍‌ କାଜୁଆଲ୍‌ଟିକୁ ଅଣାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିଲା । ଜଣେ ମାନବବାଦୀ କବୀ, ବଳିଷ୍ଠ ସ୍ତମ୍ଭକାର ତଥା ଓଜସ୍ୱିନୀ ସୁବକ୍ତା ଭାବେ ସ୍ୱତନ୍ତ୍ର ପରିଚୟର ଅଧିକାରୀ ହୋଇପାରିଥିବା ଶ୍ରୀମତୀ ମହାପାତ୍ର ଦୀର୍ଘ ଦିନ ଧରି ‘ସମାଜ’ର ସଂପାଦିକା ଭାବେ କାର୍ଯ୍ୟ କରିଥିଲେ ।

Comments (0)
Add Comment