ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଘନିଭୂତ ହେଉଛି ଘୂର୍ଣ୍ଣିବଳୟ । କିଛି ସ୍ଥାନରେ ଲାଗି ରହିଛି ଝିପିଝିପି ବର୍ଷା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା । ଉପକୂଳ ଓଡ଼ିଶାରେ କୋହଲା ପାଗ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଉ ଏକ ଘୂର୍ଣ୍ଣିବଳୟ ସହ ସମାନ ଅଞ୍ଚଳରେ ସକ୍ରିୟ ରହିଛି । ଆଜି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ । ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଏବଂ ୨୦ ତାରିଖରେ ଦକ୍ଷିଣ, ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁରରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୨୧ ତାରିଖରେ ବର୍ଷାର ପରିମାଣ ବଢିବ । ପ୍ରବଳ ବର୍ଷା ପାଇଁ ଗଜପତି, ମାଲକାନଗିରି, କୋରାପୁଟ ଏବଂ ରାୟଗଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments (0)
Add Comment