ରାଜ୍ୟରେ ପୁଣି ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ ମୃତ

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୧୫୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୩ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୦ଜଣ, ବାଲେଶ୍ୱର ଜିଲ୍ଲାରୁ ୯୯ଜଣ, ବରଗଡ଼ ଜିଲ୍ଲାରୁ ୬୫ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୩୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼଼ା ଜିଲ୍ଲାରୁ ୫୪ଜଣ, କେନ୍ଦୁଝର ଜିଲ୍ଲାରୁ ୫୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୪ଜଣ, କୋରାପୁଟ ଜିଲ୍ଲାରୁ ୨୫ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୭ଜଣ, ନୟାଗଡ ଜିଲ୍ଲାରୁ ୧୭ଜଣ, ନୂଆପଡା ଜିଲ୍ଲାରୁ ୩୫ଜଣ, ପୁରୀ ଜିଲ୍ଲାରୁ ୭୭ଜଣ, ରାୟଗଡା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୮, ସୋନପୁର ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୯୮ଜଣ ଓ ଷ୍ଟେଟ୍ ପୁଲରୁ ୨୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୧୫୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୬୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୯୩୯୩୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments (0)
Add Comment