ରାଜ୍ୟରେ ପୁଣି ୩୪ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ୬୭୩୬ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୪ଜଣଙ୍କର ପ୍ରାଣହାନୀ ଘଟିଛି । ଆଜି ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୨୭୩୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୭୪ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭୧ଜଣ, ବରଗଡ଼ ଜିଲ୍ଲାରୁ ୪୦୫ଜଣ, ଭଦ୍ରକ ଜିଲ୍ଲାରୁ ୨୦୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୪ଜଣ, ବୌଦ୍ଧ ଜିଲ୍ଲାରୁ ୨୬୨ଜଣ, କଟକ ଜିଲ୍ଲାରୁ ୩୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୮ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୬ଜଣ , ଯାଜପୁର ଜିଲ୍ଲାରୁ ୩୭୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୭ଜଣ, କୋରାପୁଟ ଜିଲ୍ଲାରୁ ୨୧୯ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୨୦୭ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୨୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୯ଜଣ, ସୋନପୁର ଜିଲ୍ଲାରୁ ୮୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୦ଜଣ, ଷ୍ଟେଟ୍ ପୁଲ୍‌ରୁ ୧୦୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୪୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୨୩୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୫୫୨୯୮୫ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Comments (0)
Add Comment