ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ଆଜିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ସାଧାରଣରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବା ସାଙ୍ଗକୁ କେତେକ ସ୍ଥାନରେ ଘଡ଼ ଘଡ଼ି ସାଙ୍ଗକୁ ବର୍ଷା ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ୱାସ କହିଛନ୍ତି, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାର ଅନେକ ସ୍ଥାନରେ ଘଡ଼ିଘଡ଼ି ଓ ବିଜୁଳି ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ,ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ମାଲାକନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Comments (0)
Add Comment