କରୋନା ନେଲା ଆଉ ୬୭ ଜୀବନ, ଚିହ୍ନଟ ହେଲେ ୧୯୪୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ, ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୫୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୭୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୪ଜମ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୩ଜଣ, ଯାଜପୁର ଜିଲ୍ଲାରୁ ୧୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୦ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୮୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌?ରୁ ୯୯ଜଣ ରହିଛନ୍ତି ।

Comments (0)
Add Comment