ରାଜ୍ୟରେ ବଢୁଛି କରୋନା ଗ୍ରାଫ୍

ଭୁବନେଶ୍ୱର ୩୦।୬ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୭୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୧୭ଜଣ ରହିଛନ୍ତି ।

Comments (0)
Add Comment