ଭୁବନେଶ୍ୱର ୧୪ ।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୦୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧ଜଣ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୦୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୦୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୩୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ଢେଙ୍କାନାଳ, ଗଞ୍ଜାମ ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।