ରାଜ୍ୟରେ କମିବା ପରେ ପୁଣି ବଢିଲା ଆକ୍ରାନ୍ତ ସଂଖ୍ୟା : ୨୪ ଘଣ୍ଟାରେ ୪୦୭ ନୂଆ ପଜିଟିଭ ଚିହ୍ନଟ, ୫ ମୃତ

ଭୁବନେଶ୍ୱର ୧୬ ।୧୨: ରାଜ୍ୟରେ ଗତ କିଛି ଦିନ ହେବ ରାଜ୍ୟରେ ପଜିଟିଭ ସଂଖ୍ୟା ୩୦୦ ରହୁଥିବା ବେଳେ ଆଜି ପୁଣି ୪ଶହକୁ ଅତିକ୍ରମ କରିଛି ।ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଜନିତ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ୱର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments (0)
Add Comment