ପକାଡଝର ପର୍ଯ୍ୟଟନ ସ୍ଥଳୀକୁ ସଫା ସୁତୁରା କଲା ଫୁଲବାଣୀ ନେହେରୁ ଯୁବ କେନ୍ଦ୍ର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଅଧିନସ୍ଥ ଖଜୁରୀପଡା ବ୍ଲକର ପକାଡଝର ପର୍ଯ୍ୟଟନ ସ୍ଥଳୀ ପରିସର ମଧ୍ୟରେ ଫୁଲବାଣୀ ନେହରୁ ଯୁବ କେନ୍ଦ୍ର ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ପର୍ଯ୍ୟଟନ ସ୍ଥଳୀକୁ ଜିଲ୍ଲା ତଥା ରାଜ୍ୟ ବାହାରରୁ ପର୍ଯ୍ୟଟକମାନେ ବୁଲିବାକୁ ଆସି ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହିତ ଭୋଜି ଭାତ କରି ପରିବେଶକୁ ଦୂଷିତ କରିଥାନ୍ତି । ଏହି ପର୍ଯ୍ୟଟନ ସ୍ଥଳୀକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ପାଇଁ ନେହରୁ ଯୁବ କେନ୍ଦ୍ରର ଫୁଲବାଣୀର ଜିଲ୍ଲା ଯୁବ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସହକର୍ମୀ ସତ୍ୟବାନ ଦଳବେହେରାଙ୍କ ନେତୃତ୍ୱରେ ସ୍ୱେଚ୍ଛାସେବୀମାନଙ୍କ ମଧ୍ୟରେ ସୋନାଲି ଡିଗାଲ, ରୀତିମା ବାଘ, ମେଘାରାଣୀ ମହାପାତ୍ର, ଚନ୍ଦ୍ରମଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ, କମଳ ଲୋଚନ ଦେହୁରୀ, ମିନି କହଁର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀରେ ପଡ଼ିଥିବା ଅଳିଆ ଆବର୍ଜନା ଯଥା ଜରି, ସୋଲପ୍ଲେଟ, କାଚ ବୋତଲ ଇଦ୍ୟାଦିକୁ ସଫା କରି ପରିଷ୍କାର ପରିଚ୍ଛନ୍ନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଆଗାମୀ ଦିନ ମଧ୍ୟ ଜାରି ରହିବ ବୋଲି ନେହରୁ ଯୁବକେନ୍ଦ୍ର ଫୁଲବାଣୀର ଜିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ସୂଚନା ଦେଇଛନ୍ତି ।

Comments (0)
Add Comment