ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୧୧୧ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୨୪୮ ଜଣ, ଦେବଗଡରୁ ୬ ଜଣ, ଢେଙ୍କାନାଳରୁ ୭୫ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୯୧ ଜଣ, ଯାଜପୁରରୁ ୧୨୩ ଜଣ, ଝାରସୁଗୁଡାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡାରୁ ୭୩ ଜଣ, କେନ୍ଦୁଝରରୁ ୩୨ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୧୮ ଜଣ, ମୟୁରଭଞ୍ଜରୁ ୯୦ ଜଣ, ନବରଙ୍ଗପୁରରୁ୧୫ ଜଣ, ନୟାଗଡ଼ରୁ ୬୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୩ ଜଣ, ରାୟଗଡାରୁ ୨୨ ଜଣ, ସମ୍ୱଲପୁରରୁ ୩୩ଜଣ, ସୋନପୁରରୁ ୮, ସୁନ୍ଦରଗଡରୁ ୩୮ ଓ ଷ୍ଟେଟ ପୁଲରୁ ୧୦୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।