ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ହୋଇଥିବା ବେଳେ କଳାହାଣ୍ଡି, କଟକ ଜିଲ୍ଲାରୁ ୪ଜଣ ରହିଛନ୍ତି । ବୌଦ୍ଧ , ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି, କେନ୍ଦ୍ରାପଡ଼ା ନବରଙ୍ଗପୁର, ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।