ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨/୬- ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ୱ ଭାବରେ ବର୍ଣ୍ଣନା କରିଛନ୍ତି । ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ । ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହ ନିର୍ବାହ କରିଥିଲେ । ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ କ୍ଷତିି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବାସହ ପରଲୋକଗତ ଆତ୍ମର ସଦ୍‌ଗତି କାମନା କରଛନ୍ତି । ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ସ୍ୱର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ ।

Comments (0)
Add Comment