ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି ଶିବିର

ଭବାନୀପାଟଣା,୫/୧୨- ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ୱଜିତ୍‌ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନଶୁଣାଣୀ ଶିବିରରେ ମୋଟ ୧୧୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୦୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍‌ କରାଯାଇଥିଲା । ରେଡକ୍ରସ ତରଫରୁ ଜଣଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା ।

Comments (0)
Add Comment