କଟକ : ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ୫୫ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ବାଇକ ଉପରେ ଟ୍ରକ ଚଢିଯିବା ଫଳରେ ଘଟଣାସ୍ଥଳରେ ହିଁ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ଯାହାକୁ ନେଇ ଦୁର୍ଘଟଣାସ୍ଥଳ ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ଇଟାପ ଛକରେ ଉତ୍ତେଜନା ପ୍ରକାଶ ପାଇଛି । ମୃତ ବାଇକ ଆରୋହୀ ସ୍ଥାନୀୟ ମଙ୍ଗଳପୁର ଗ୍ରାମର ଚିନ୍ତାମଣି ସାହୁ ବୋଲି ଜଣାପଡ଼ିଛି । ସ୍ଥାନୀୟ ଲୋକେ ଉତ୍ତେଜିତ ଲୋକେ ମୃତକର ପରିବାରକୁ କ୍ଷତିପୂରଣ ଦାବିରେ ୫୫ ନମ୍ବର ଜାତୀୟ ରାଜପଥକୁ ଟାୟାର ଜାଳି ଅବରୋଧ କରିଥିଲେ । ଫଳରେ ଜାତୀୟ ରାଜପଥରେ ସାଧାରଣ ଯାତାୟାତ ସମ୍ପୂର୍ଣ୍ଣ ବଧାପ୍ରାପ୍ତ ହୋଇ କଟକ ସମ୍ବଲପୁର ମଧ୍ୟରେ ଯୋଗାଯୋଗ ଠପ ହୋଇଯାଇଥିଲା ।