ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର

ବୌଦ୍ଧ,୧୩/୧୧:- ଆଜି ବୌଦ୍ଧ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଇସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ବୌଦ୍ଧ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ, ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ଉପ-ଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁରଙ୍କ ଉପସ୍ଥିତିରେ ମୋଟ ୭୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୬୯ଟି, ଗ୍ରାମ ଭିତ୍ତିକ ସମସ୍ୟା ୪ଟି ରହିଥିଲା । ୩୭ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଥିଲା । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪୨ ହଜାର ଟଙ୍କା ଓ ୩ ଜଣଙ୍କୁ ରେଡକ୍ରସରୁ ୧୭ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଏହି ସମାଧାନ ଶିବିରରେ ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।

Comments (0)
Add Comment