ବୌଦ୍ଧ,୨୩/୯: ଆଜି ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗରେ +୩ ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ଗୀତାଞ୍ଜଳି ମହାପାତ୍ର ସମ୍ବର୍ଦ୍ଧନା ସଭାକୁ ପରିଚାଳନା କରିଥିଲେ । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ପ୍ରକାଶ ଚଦ୍ର ବେହେରା ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଶିକ୍ଷା ବିଭାଗର ଅଧ୍ୟାପକ ଡକ୍ଟର ମହେନ୍ଦ୍ରନାଥ ଦେବତା, ବାଳଗୋପାଳ ମହାପାତ୍ର ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ସଭାରେ ଅନ୍ୟାନ୍ୟ ବିଭାଗର ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ । ବିଭାଗୀୟ ଅଧ୍ୟାପିକା ଶ୍ୱେତାସୁମନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।