ଶଗଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ବୌଦ୍ଧ,୨୯ା୮: ବୌଦ୍ଧଜିଲ୍ଲା ବୌଦ୍ଧ ବ୍ଳକର ଶଗଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୭୧ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୬୮ ଗୋଟି ବ୍ୟକ୍ତିଗତ ମାମଲା, ୩ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୮ ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇ ସେଥିମଧ୍ୟରୁ ୩ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୩ ହଜାର ଟଙ୍କାର ସହାୟତା ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୪ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶି୍ୱନୀ କୁମାର ମେହେର, ଉପଜିଲ୍ଲାପାଳ ସନତ କୁମାର ନାଏକ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଶଗଡା ସରପଞ୍ଚ ସନ୍ଧ୍ୟାରାଣୀ ମହାକୁଡ, ପୂର୍ବତନ ସରପଞ୍ଚ ସୁରଥ ମିଶ୍ର, ସାମାଜିକ କର୍ମୀ ରାଜୀବ କର୍ମୀ, ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରା, ଟିଆରଓ ମହାପାତ୍ର କୁଲଦୀପ ମହାନ୍ତି ଓ ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ । ବୌଦ୍ଧ ବ୍ଳକ ବିଡିଓ ଅବିନାଶ ପାଣ୍ଡିଆଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା ।

Comments (0)
Add Comment