ବୌଦ୍ଧରେ ବିଶାଳ ମିଶ୍ରଣ ପର୍ବ, ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବୌଦ୍ଧ: ବୌଦ୍ଧ ଜିଲ୍ଲାର ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଟୁପାଲି ସ୍ଥିତ ତୁଳସୀ କଲ୍ୟାଣ ମଣ୍ଡପରେ ବିଜେପିର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ସମାବେଶ ଓ ମିଶ୍ରଣ ପର୍ବରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ । ଜିଲ୍ଲାର ବୌଦ୍ଧ ନିର୍ବାଚନ ମଣ୍ଡଳୀ ବୌଦ୍ଧ ରାମେଶ୍ୱର ମନ୍ଦିରଠାରୁ ଦଳୀୟ କର୍ମୀମାନେ କେନ୍ଦ୍ରମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ ସାମର୍ଦ୍ଧନା ଜ୍ଞାପନ କରିଥିଲେ । ପରେ ରାମେଶ୍ୱର ମନ୍ଦିର, ବୌଦ୍ଧ ଶ୍ରୀଜଗନ୍ନାଥ ମନ୍ଦିର ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହାପରେ ବୁଟୁପାଲି ସ୍ଥିତ ତୁଳସୀ କଲ୍ୟାଣ ମଣ୍ଡପରେ ବିଜେପିର ମିଶ୍ରଣ ପର୍ବରେ ସାମିଲ ହୋଇ ଡବଲ ଇଂଜିନ ସରକାର ପାଇଁ ଦଳୀୟ ବୌଦ୍ଧ ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ସରୋଜ କୁମାର ପ୍ରଧାନ ଓ ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀଙ୍କ ପାଇଁ ଭୋଟ ଦେବାକୁ ଜନସାଧାରଣଙ୍କୁ କହିଥିଲେ । ଏହି ମିଶ୍ରଣ ପର୍ବରେ ବିଜେଡି ଓ କଂଗ୍ରେସର ଶତାଧିକ କର୍ମୀ ବିଜେପିରେ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ଲୋକସଭା ପ୍ରାର୍ଥୀଙ୍କ ସମେତ ବହୁ ନେତା,କର୍ମୀ ଓ ହଜାର ହଜାର ସମର୍ଥକ ଉପସ୍ଥିତ ଥିଲେ । ଆଗାମୀ ଦିନରେ ବୌଦ୍ଧ ଓ କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିଜେପି ବହୁ ଭୋଟରେ ବିଜୟୀ ହେବ ବୋଲି କହିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ଉଭୟ ନିର୍ବାଚନ ମଣ୍ଡଳୀରେ ବିଜେପି ବିଜୟୀ ହେବା ନେଇ ଦୃଢୋକ୍ତି ପ୍ରକାଶ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Comments (0)
Add Comment